ଭୁବନେଶ୍ୱର : ଆଜି ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପାସଗର ଉପରେ ଲୋ ପ୍ରେସର ସୃଷ୍ଟି ହେବା ସମ୍ଭାବନା । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହିଛି । ପ୍ରବଳ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ପାଇଁ ଆଜି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଜାରି ରହିଛି । କିନ୍ତୁ ସୋସିଆଲ ମିଡିଆରେ ଚାଲିଥିବା ବାତ୍ୟା ସୃଷ୍ଟିର କୌଣସି ସମ୍ଭାବନା ନାହିଁ । IMD କୌଣସି ବାତ୍ୟା ସୃଷ୍ଟିର ପୂର୍ବାନୁମାନ କରିନାହିଁ ।
ଆଜି ସୃଷ୍ଟି ହେବ ଲଘୁଚାପ, ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା
