୨୦ ତାରିଖରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ “ଶୋ’

ସଠିକ୍ ନ୍ୟୁଜ୍ ବ୍ୟୁରୋ : ୨୦ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମନ୍ତ୍ରୀଙ୍କ ସୂଚନା ମୁତାବକ ୨୦ ତାରିଖ ଅପରାହ୍ନ ୩ଟା ରେ ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ପହଂଚିବେ । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ । ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯିବା ନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ପ୍ରଥମେ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ ରୋଡ “ଶୋ’ କରାଯିବ । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯିବ । ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯିବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ନୂଆ ଯୋଜନା ଘୋଷଣା କରିବେ । ଏଥିରେ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା ବି ଘୋଷଣା ହୋଇପାରେ । ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କର ବିଶେଷ ଆଗ୍ରହ ରହିଛି । ଯେଉଁଥିପାଇଁ ଗୋଟିଏ ବର୍ଷରେ ସେ ଷଷ୍ଠଥର ଓଡିଶା ଆସୁଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ରବି ନାୟକ ।

Leave a Reply

Your email address will not be published. Required fields are marked *