ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨୦୩୬ ସୁଦ୍ଧା ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ

ସଠିକ୍ ବ୍ୟୁରୋ : ଆଜି କରିଛନ୍ତି ଆମ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା । ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ମହାନଗର ନିଗମ ହେବ ଶ୍ରୀ ଜଗନ୍ନାଥ ଧାମ ପୁରୀ । ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ଏହି ବଡ଼ ଘୋଷଣା କରିଛନ୍ତି । ତା’ ସହିତ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଏବଂ ଗବେଷଣା କେନ୍ଦ୍ର ହେବ ନୃତନ ପ୍ରତିଷ୍ଠା । ଶ୍ରୀ ଜଗନ୍ନାଥ ସଂସ୍କୃତି, କିମ୍ବଦନ୍ତୀ ଓ ଇତିହାସର ହେବ ପ୍ରଚାର ପ୍ରସାର । ସମସ୍ତ ଓଡ଼ିଆ ନାଗରିକମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ସାଙ୍ଗକୁ, ଅନେକ ସେବା, ପର୍ଯ୍ୟଟକଙ୍କ ଚର୍ଚ୍ଚା ଦ୍ୱାରା ଏକ ବିରାଟ ସକାରାତ୍ମକ ପରିବର୍ତ୍ତନ ନେଇ ଲକ୍ଷ୍ୟ ରଖିଛନ୍ତି ସରକାର । ଏନେଇ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିବା ବେଳେ ତାଙ୍କ ସହ ରହିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର । ୨୦୩୬ ସୁଦ୍ଧା ପୁରୀ ହେବ ସୁନ୍ଦର, ସବୁଜ ଓ ବିକଶିତ ପୁରୀ । ସମୃଦ୍ଧ ପୁରୀ ବିନା ବିକଶିତ ଓଡ଼ିଶ ସମ୍ଭବ ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *