ଆଜି ରାତିରେ ଚନ୍ଦ୍ରଗ୍ରହଣ ହେବାକୁ ଯାଉଛି। ଏହା ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ହେବ, ଯାହା ଭାରତରେ ଦୃଶ୍ୟମାନ ହେବ। ଭାରତୀୟ ସମୟ ଅନୁସାରେ, ରାତି ୦୯:୫୮ ରେ ଚନ୍ଦ୍ରଗ୍ରହଣ ହେବ। ଆଜି ଚଳିତବର୍ଷର ଦ୍ୱିତୀୟ ତଥା ଶେଷ ଚନ୍ଦ୍ର ଗ୍ରହଣ । ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ଗ୍ରହଣ ସ୍ପର୍ଶ ହେବ। ରାତି ଗୋଟାଏ ୨୭ ମିନିଟ ୧୭ ସେକେଣ୍ଡ, ସାଢ଼େ ତିନିଘଣ୍ଟା ପରେ ସର୍ବମୋକ୍ଷ ହେବ । ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ପାକ ତ୍ୟାଗ କରାଯାଇଛି । ଚନ୍ଦ୍ରଗ୍ରହଣ ଯୋଗୁଁ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଚଳିତବର୍ଷର ଦ୍ୱିତୀୟ ତଥା ଶେଷ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ । ଭାଦ୍ରବ ଶୁକ୍ଲପକ୍ଷ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । ରାତିରେ ଆକାଶରେ ଦେଖାଯିବ ମହାଜାଗତିକ ଦୃଶ୍ୟ ।
- ରାତି ୯ଟା ୫୭ ମିନିଟ୍ ୨୨ ସେକେଣ୍ଡରୁ ଗ୍ରହଣ ସ୍ପର୍ଶ
- ୯ ଘଣ୍ଟା ପୂର୍ବରୁ ପାକ ତ୍ୟାଗ ଓ ଦେବନୀତି ନିଷେଧ ହୋଇଛି
- ୩ ଘଣ୍ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିବ ଚନ୍ଦ୍ରଗ୍ରହଣ
- ରାତି ୧ଟା ୨୭ ମିନିଟ୍ ୧୭ ସେକେଣ୍ଡରେ ଗ୍ରହଣ ଶେଷ

